ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟେଷ୍ଟ ଓ ଦିନିକିଆ ସିରିଜ୍ ପାଇଁ ଘୋଷଣା ହେଲା ଭାରତୀୟ ଦଳ

ନୂଆଦିଲ୍ଲୀ,୨୩/୦୬: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟେଷ୍ଟ ଓ ଦିନିକିଆ ସିରିଜ୍ ପାଇଁ ଘୋଷଣା ହେଲା ଭାରତୀୟ ଦଳ । ବିସିସିଆଇ ସିଲେକ୍ସନ କମିଟି ଏହି ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ଏବଂ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଦଳ ଘୋଷଣା କରିଛି ।

ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଘୋଷଣା କରାଯାଇଥିବା ଦଳରେ ରୋହିତ ଶର୍ମା ଅଧିନାୟକ ରହିଛନ୍ତି । ତାଙ୍କ ସହିତ ଶୁଭମନ୍ ଗିଲ, ଋତୁରାଜ ଗାଏକ୍ୱାଡ, ବିରାଟ କୋହଲି, ଯଶସ୍ୱୀ ଜୟସୱାଲ, ଆଜିଙ୍କ୍ୟ ରାହାଣେ, କେ ଏସ୍ ଭରତ ଓ ଇଶାନ କିଷାନ, ଆର ଅଶ୍ୱିନୀ, ଜାଡେଜା, ଅକ୍ଷର ପଟେଲ, ସାର୍ଦ୍ଦୁଲ ଠାକୁର, ମହମ୍ମଦ ସିରାଜ, ମୁକେଶ କୁମାର, ଜୟଦେବ ଉନାଦକତ୍ ଏବଂ ନବଦୀପ ସୈନୀ ଦଳରେ ଅଛନ୍ତି ।