ସାରା ରାଜ୍ୟରେ ମୌସୁମୀ ବର୍ଷା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୪/୦୬: ଅସହ୍ୟ ଗୁଳୁଗୁଳି ଗରମରୁ ଆଶ୍ୱ୍ବସ୍ଥି ମିଳିଛି। ଏହାରିମଧ୍ୟରେ ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏପରି ବର୍ଷା ଜାରି ରହିବ । ଆଜି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।