ବାହାନଗା ଟ୍ରେନ୍ ଟ୍ରାଜେଡି, ପଦରୁ ହଟିଲେ ଦକ୍ଷିଣ ପୂର୍ବ ରେଳ ପଥ ଜେନେରାଲ ମ୍ୟାନେଜର

ଭୁବନେଶ୍ୱର,୧/୦୭: ଓଡିଶା ପାଇଁ କଲ ଦିବଡ଼ ଥିଲା ଜୁନ ୨। କେହି କିଛି ବୁଝିବ ଆଗରୁ ଆଖି ପିଛୁଳାକେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଆଉ ଏହି ବାହାନଗା ଟ୍ରେନ୍ ଦୁର୍ଘଟଣା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।। ଦକ୍ଷିଣ ପୂର୍ବ ରେଳ ପଥ ଜେନେରାଲ ମ୍ୟାନେଜର ଅର୍ଚ୍ଚନା ଯୋଶୀ ପଦରୁ ହଟିଛନ୍ତି।  ଅର୍ଚ୍ଚନା ଯୋଶୀଙ୍କୁ କର୍ଣ୍ଣାଟକର ୟେଲହଙ୍କାରେ ରେଲୱେ ଭେହିକିଲ ଫ୍ୟାକ୍ଟ୍ରିରେ ଜେନେରାଲ ମ୍ୟାନେଜର ଭାବେ ଦାୟିତ୍ୱ ଦିଆଯାଇଛି ।ଦକ୍ଷିଣ ପୂର୍ବ ରେଳପଥ ଜେନେରାଲ ମ୍ୟାନେଜର ହେବା ପୂର୍ବରୁ ଅର୍ଚ୍ଚନା ପର୍ଯ୍ୟଟନ, ରେଳ ମନ୍ତ୍ରାଳୟ, ରେଲୱେ ବୋର୍ଡର ସଦସ୍ୟ ଭାବେ କାମ କରିଛନ୍ତି ।

ସୂଚନାଯୋଗ୍ୟ ଯେ ଗତ ଜୁନ୍ ୨ ତାରିଖରେ ବାହାନଗାରେ ଟ୍ରେନ୍ ଦୁର୍ଘଟଣା ହୋଇଥିଲା । ଏଥିରେ ୨୯୩ ଜଣଙ୍କ ଜୀବନ ଯାଇଥିବା ବେଳେ ହଜାରେରୁ ଅଧିକ ଲୋକ ଆହତ ହୋଇଥିଲେ । ସିବିଆଇ ବାହାନଗା ଟ୍ରେନ୍ ଦୁର୍ଘଟଣା ଘଟଣାର ତଦନ୍ତ କରୁଛି ।