ଆସୁଛି ଲଘୁଚାପ, ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୨/୦୭: ଆସନ୍ତା ୪ ତାରିଖରୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭବନା ରହିଛି । ଯାହାଫଳରେ ଆସନ୍ତାକାଲିଠୁ ବର୍ଷା ଆରମ୍ଭ ହେବା ନେଇ ଆଶଙ୍କା କରାଯାଇଛି। ଏହି ଲଘୁଚାପ ଦକ୍ଷିଣ ଓଡ଼ିଶା ଓ ଉତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଆସନ୍ତାକାଲିଠୁ ୫ ତାରିଖରେ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା,କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଆଦି ଜିଲ୍ଲାରେ ଆଜି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛ । କାଲିଠୁ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି ।