ବାହାନଗା ଟ୍ରେନ ଦୁର୍ଘଟଣା, ଆଉ ୧୦ରେଳ କର୍ମଚାରୀଙ୍କୁ ସମନ

ଭୁବନେଶ୍ୱର,୧୪/୦୭: ବାହାନଗା ଟ୍ରେନ ଦୁର୍ଘଟଣା ମାମଲାରେ ସିବିଆଇ ତଦନ୍ତ କରୁଛି। ଆଜି ସରିବ ୩ ଅଭିଯୁକ୍ତଙ୍କ ରିମାଣ୍ଡ । ସ୍ୱତନ୍ତ୍ର ସିବିଆଇ କୋର୍ଟରେ ହାଜର ହେବେ ଅଭିଯୁକ୍ତ ସିନିୟର ସେକ୍ସନ ଇଞ୍ଜିନିୟରିଂ, ସେକ୍ସନ ଇଞ୍ଜିନିୟରିଂ ଓ ଟେକ୍ନିସିଆନ । ଗିରଫ ୩ ରେଳ ଅଧିକାରୀଙ୍କୁ ମାରାଥନ ଜେରା କରାଯାଇଛି ।
ସିଗନାଲ ତ୍ରୁଟି ପାଇଁ ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ବେଳେ କେଉଁ ପରିସ୍ଥିତିରେ ଏମିତି ହେଲା, ଦୁର୍ଘଟଣା ପରେ କାହିଁକି ପ୍ରମାର ନଷ୍ଟ ପାଇଁ ଉଦ୍ୟମ ଚାଲିଥିଲା ଏନେଇ ଚାଲିଛି ତଦନ୍ତ । ସେପଟେ ୧୦ ଜଣ ରେଳବାଇ କର୍ମଚାରୀଙ୍କୁ ସମନ କରାଯାଇଛି । ଖୁବଶୀଘ୍ର ହାଜର ହୋଇ ସେମାନେ ନିଜର ପକ୍ଷ ରଖିବେ ।