ପଶ୍ଚିମ ଓଡିଶାରେ ମୁଖ୍ୟମନ୍ତ୍ରୀ ସଭାଗୃହ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪/୦୭:  ଆଜି ପଶ୍ଚିମ ଓଡିଶାରେ ମୁଖ୍ୟମନ୍ତ୍ରୀ ସଭାଗୃହ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଯୋଜନାରେ ପଶ୍ଚିମ ଓଡିଶାର ପ୍ରାୟ ୨୦୦୦ଟି କଲ୍ୟାଣ ମଣ୍ଡପ ଓ ସ୍ଥାନୀୟ ସଭାଗୃହ ଗୁଡିକର ନିର୍ମାଣ ହାତକୁ ନିଆଯିବ। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯିବ। ଏହାଦ୍ବାରା ପଶ୍ଚିମ ଓଡିଶାର ଜନସାଧାରଣଙ୍କ ସାମାଜିକ ଓ ସାଂସ୍କୃତିକ ଜୀବନ ଆହୁରି ସକ୍ରିୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହିତ ମୁଖ୍ୟମନ୍ତ୍ରୀ ୩୩.୫୮ କୋଟି ଟଙ୍କା ବିନିଯୋଗରେ ଅନେକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଶ୍ଚିମ ଓଡିଶାର ବିକାଶ ପାଇଁ ସେ ସବୁବେଳେ ସ୍ବତନ୍ତ୍ର ଧ୍ୟାନ ଦେଇଆସିଛନ୍ତି । ପଶ୍ଚିମ ଓଡିଶା ବିକାଶ ପରିଷଦର ବଜେଟ ଦୁଇ ଗୁଣ ହେବା ସହିତ ଏହାର କାର୍ଯ୍ୟକ୍ରମ ମଧ୍ୟ ବୃଦ୍ଧିପାଇଛି ।