ରାଜ୍ୟର ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୬/୦୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ଆଜି ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, ଝାରରସୁଗୁଡା, ବରଗଡ଼, ନୂଆପଡ଼ା, କଳାହାଣ୍ଡି, କେରାପୁଟ ଓ ନବରଙ୍ଗପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର ଓ ମାଲକାନଗିରି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।