କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ପରଲୋକ

ନୂଆଦିଲ୍ଲୀ,୧୮/୦୭: ବରିଷ୍ଠ କଂଗ୍ରେସ ନେତା ତଥା କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି । କିଛି ମାସ ହେବ ସେ ଅସୁସ୍ଥ ଥିଲେ । ବେଙ୍ଗାଲୁରୁର ଏକ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ଆଜି ତାଙ୍କର ଦେହାନ୍ତ ହୋଇଥିବା ତାଙ୍କ ପୁଅ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ସେ ୨୦୦୪ରୁ ୨୦୦୬ ଓ ୨୦୧୧ରୁ ୨୦୧୬ ପର୍ଯ୍ୟନ୍ତ କେରଳର ମୁଖ୍ୟମନ୍ତ୍ରୀ ଥିଲେ ।