କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ସ୍ୱାସ୍ଥ୍ୟ ବୀମା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮/୦୭: କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ବୃଦ୍ଧି ପାଇଛି। ଏହା ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ।ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା ।