କେନ୍ଦୁପତ୍ର ହିତାଧିକାରୀଙ୍କୁ ତୃତୀୟ ପର୍ଯ୍ୟାୟ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯/୦୭: ରାଜ୍ୟର କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ଖୁସୀଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୨ ଶସ୍ୟବର୍ଷର ତୃତୀୟ ପର୍ଯ୍ୟାୟରେ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଏହା ଦ୍ୱାରା ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ ।

ଏହି ବୋନସ୍‌ ଓ ପ୍ରୋତ୍ସାହନ ରାଶି ଚଳିତ ଜୁଲାଇ ମାସରେ ପାଇବେ । ୨୦୨୨ ଶସ୍ୟବର୍ଷ ପାଇଁ ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ୨୫ ପ୍ରତିଶତ ବୋନସ୍‌ ଓ ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୫ ପ୍ରତିଶତ ପ୍ରୋତ୍ସାହନ ରାଶି, ଏହିପରି ମୋଟ ୫୬.୨୩ କୋଟି ଟଙ୍କା ସହାୟତା ପ୍ରଦାନ କରାଯିବ ।