ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧/୦୭: ଆସନ୍ତା ୨ ସପ୍ତାହ ରାଜ୍ୟରେ ଭଲ ବର୍ଷା ହେବ। ଗୋଟିଏ ପଟେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବା ବେଳେ ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଓଡ଼ିଶା ଉପକୂଳ ସମୁଦ୍ରରେ ଗୁରୁବାର ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ। ଏହି ଲଘୁଚାପର ପ୍ରଭାବ କମି ଆସିବା ବେଳକୁ ୨୪ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବାରୁ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।