ରାଜ୍ୟରେ ଜାରି ରହିବ ବର୍ଷା

ଭୁବନେଶ୍ୱର,୨୩/୦୭: ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ । ଆଜି ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ଼ ଓ ସମ୍ବଲପୁର ଅଞ୍ଚଳର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବ ।