ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

ଭୁବନେଶ୍ୱର,୨୮/୦୭: ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର । ବାଲି ଗାଡ଼ି ଛାଡ଼ିବା ପାଇଁ ପୂର୍ବରୁ ୧୦ ହଜାର ନେଇଥିବା ବେଳେ ଅବଶିଷ୍ଟ ୩ ହଜାର ଟଙ୍କା ଆଜି ନେଉଥିଲେ । ସେହି ସମୟରେ ଅତିରିକ୍ତ ତହସିଲଦାରଙ୍କୁ ଉଠାଇ ନେଇଛି ଭିଜିଲାନ୍ସ। ଏପରି ଏକ ଘଟଣା ଗତକାଲି ନୟାଗଡ ଜିଲ୍ଲା ଗଣିଆ ତହସିଲ କାର୍ଯ୍ୟାଳୟରେ ଘଟିଛି। ଅତିରିକ୍ତ ତହସିଲଦାର ଜଣକ ହେଉଛନ୍ତି ଗଣିଆ ତହସିଲ ଅତିରିକ୍ତ ତହସିଲଦାର ବନମାଳୀ ପରିଡ଼ା ।

ସୂଚନାଯୋଗ୍ୟ ଯେ ଗତକାଲି ଗଣିଆ ଥାନା ରାଉତପଡ଼ା ମହାନଦୀ ଘାଟରୁ ଏକ ବାଲି ବୋଝେଇ ଗାଡ଼ି ଧରିଥିଲେ ତହସିଲ କର୍ମଚାରୀ। ଗାଡ଼ି ଛାଡ଼ିବା ନିମନ୍ତେ ୧୩ ହଜାରରେ କଥା ଛିଣ୍ଡିଥିଲା। ଗତକାଲି ଘଟଣାସ୍ଥଳରେ ଗାଡ଼ି ମାଲିକ ୧୦ ହଜାର ଦେଇଥିବା ବେଳେ ଆଜି ୩ ହଜାର ଦେବେ ବୋଲି କହିଥିଲେ।