ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୧୪ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୯/୦୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଜିି ୧୪ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।୩୧ତାରିଖରୁ ଆହୁରି ବଢ଼ିବ ବର୍ଷାର ବିସ୍ତୃତି । ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେବେ ୩୧ତାରିଖରୁ ପ୍ରାୟ ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭଗ ଆକଳନ କରିଛି ।