ଖୋଲିଲା ହୀରାକୁଦର ଆଉ ୫ଟି ଗେଟ୍

ଭୁବନେଶ୍ୱର,୫/୮: ଉପରେ ମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ଖୋଲିଲା ହୀରାକୁଦର ଆଉ ୫ଟି ଗେଟ୍ । ୧୭ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ସକାଳ ୯ଟା ସୁଦ୍ଧା ଜଳସ୍ତର ୬୨୦ ଦଶମିକ ୫୮ ଫୁଟ୍ ରହିଥିଲା । ପ୍ରତି ସେକେଣ୍ଡରେ ୪ଲକ୍ଷ ୮୮ ହଜାର ୭୩୫ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୨ଲକ୍ଷ ୨୩ ହଜାର ୬୨୦ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ସେହିପରି କଟକ ମୁଣ୍ଡଳୀରେ ଏବେ ପ୍ରତି ସେକେଣ୍ଡରେ ୩ଲକ୍ଷ ୭୮ ହଜାର ୫୨୦ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ସେହିପରି ବରମୁଳରେ ପ୍ରତି ସେକେଣ୍ଡରେ ୨ ଲକ୍ଷ ୬୨ ହଜାର କ୍ୟୁସେକ ଜଳ ନିଷ୍କାସନ କରାଯାଉଛି ।