ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ, ଲାଲକିଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫/୦୮: ଆଜି ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ । ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହା ସହ ସ୍ୱାଧୀନତାର ଅମୃତ ମହୋତ୍ସବର ସମାପନ ସହ ଦେଶ ଅମୃତ ଯୁଗରେ ପ୍ରବେଶ କରିବ ବୋଲି କହିଛନ୍ତି । ଦୁଇ ବର୍ଷ ପୂର୍ବେ ଅହମ୍ମଦାବାଦର ସାବରମତି ଆଶ୍ରମରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଐତିହାସିକ କ୍ଷଣର ଶୁଭାରମ୍ଭ ହୋଇଥିଲା ।

ସ୍ୱାଧୀନତା ଦିବସ ପାଇଁ ରାଜଧାନୀ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଲାଲକିଲା ଆଖପାଖରେ ୧୦ହଜାରରୁ ଅଧିକ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି ।