ରାଜ୍ୟରେ ପ୍ରବଳ ବର୍ଷିବ, କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୧୭/୦୮: ରାଜ୍ୟରେ କିଛି ଜିଲ୍ଲାରେ ଏବେ ବର୍ଷା ଲାଗି ରହିଛି। ଏହାରିମଧ୍ୟରେ ଆସନ୍ତାକାଲି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଆଜି ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାର କିଛି ସ୍ଥାନରେ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, ବରଗଡ଼, ବୌଦ୍ଧ, ସୋନପୁର, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।