ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୭ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୮/୦୮:ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଆଗାମୀ ୪୮ଘଣ୍ଟା ଭିତରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ବର୍ଷାକୁ ନେଇ ୭ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ନୂଆପଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଣୁ ଏହି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଆଜି ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ନୂଆପଡା, ବରଗଡ, ଝାରସୁଗୁଡା ଓ ସୁନ୍ଦରଗଡ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।