ଆସନ୍ତାକାଲି ଚନ୍ଦ୍ରପୃଷ୍ଠରେ ଅବତରଣ କରିବ ଚନ୍ଦ୍ରଯାନ-୩

ଭୁବନେଶ୍ୱର,୨୨/୦୮: ଇତିହାସ ରଚିବା ଅପେକ୍ଷାରେ ଭାରତ। ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରଯାନ ଅବତରଣ କରିବ । ଆସନ୍ତାକାଲି ଏହା ସଂଧ୍ୟାରେ ଅବତରଣ କରିବ । ଏହା ପୂର୍ବରୁ ଅବଗଣନା ଆରମ୍ଭ ହୋଇଯାଇଛି । ଏହା ପୂର୍ବରୁ ଇସ୍ରୋ ଅଧ୍ୟକ୍ଷ ଚନ୍ଦ୍ରଯାନ-୩ର ସ୍ଥିତି ଓ ଗତିବିଧି ସମ୍ପର୍କରେ କେନ୍ଦ୍ରମନ୍ତ୍ରୀଙ୍କୁ ଅବଗତ କରାଇ କହିଛନ୍ତି ଯେ ସମସ୍ତ ପ୍ରଣାଳୀ ଠିକ୍ ଭାବେ କାର୍ଯ୍ୟ କରୁଛି ଏବଂ ବୁଧବାର କୌଣସି ଆକସ୍ମିକ ପରିସ୍ଥିତି ଦେଖା ଦେବାର ସମ୍ଭାବନା ନାହିଁ ।

ଆଗାମୀ ଦୁଇ ଦିନ ମଧ୍ୟରେ ଚନ୍ଦ୍ରଯାନ-୩ର ସ୍ଥିତି ଉପରେ ଲଗାତାର ନଜର ରଖାଯିବ । ଦୁଇ ଦିନ ପୂର୍ବରୁ ଅବତରଣର ଚୂଡ଼ାନ୍ତ ସିକ୍ୱେନ୍ସ ଲୋଡ୍ କରି ପରୀକ୍ଷା କରାଯିବ ବୋଲି ସେ କହିଛନ୍ତି । ଇସ୍ରୋ କହିଛି ଯେ ଚନ୍ଦ୍ରଯାନ-୩ ଅଗଷ୍ଟ ୨୩ ସନ୍ଧ୍ୟା ପ୍ରାୟ ୬ଟା ୦୪ ମିନିଟ୍ ରେ ଚନ୍ଦ୍ରରେ ଅବତରଣ କରିବ ।