ରାଜ୍ୟରେ ଆଜି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪/୦୮: ରାଜ୍ୟରେ ଏବେ କିଛି ଜିଲ୍ଲାରେ ବର୍ଷା ଜାରି ରହିଛି। ଏହାସହ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅଧିକାଂଶ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, ‌ସୁବର୍ଣ୍ଣପୁର, ବୌଦ୍ଧ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଏବଂ ବାକି ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ବିଜୁଳି ସହ ହାଲୁକା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ୧୧ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଥିବା ବେଳେ ଗୋଟିଏରେ ଅଧିକ ଓ ୧୮ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ଜଣାପଡ଼ିଛି । ୨ ଦିନ ପରେ ବର୍ଷା କମିବା ନେଇ ଆକଳନ କରାଯାଇଛି । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣ ବର୍ଷା ହେବ । ମାତ୍ର ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରାୟତଃ ଶୁଖିଲା ପାଗ ରହିବ । ୯ ଓ ୩୦ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ।