ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହି ଜିଲ୍ଳାରେପ୍ରବଲ ବର୍ଷା ସମ୍ଭାବନା!

ଭୁବନେଶ୍ୱର,୨୪/୦୮: ଆଜି  ରାଜ୍ୟର କୋରାପୁଟ, ମାଲକାନଗିରି, ଅନୁଗୁଳ, ଢେଙ୍କାନାଳ, ବରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, କେନ୍ଦୁଝର, ନୟାଗଡ ଏବଂ ରାୟଗଡା ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି।

ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ  ୫ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛ । ୧୦ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହଥିବା ରହିଛି ବୋଲି ଆଜି ଏକ ସତର୍କ ସୂଚନା ଜାରି କରିଛି  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅପରାହ୍ନ ସୁଦ୍ଧା ରାଜ୍ୟର ୨୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ ଓ କଳାହାଣ୍ଡି ପ୍ରଭୃତି ୨୪ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।