ଉତ୍କେଲା ବିମାନ ବନ୍ଦରରୁ ଆଜି ଉଡିବ ବିମାନ

ଭୁବନେଶ୍ୱର,୩୧/୦୮: ଆଜି କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଉତ୍କେଲା ବିମାନ ବନ୍ଦରରୁ ବିମାନ ଉଡ଼ିବ । ପ୍ରଥମେ ଉତ୍କେଲାରୁ ଭୁବନେଶ୍ୱର ଏବଂ ଭୁବନେଶ୍ୱରରୁ ଉତ୍କେଲାକୁ ୯ ସିଟ୍‌ ବିଶିଷ୍ଟ ଯାତ୍ରୀବାହୀ ବିମାନ ଚଳାଚଳ କରିବ ବୋଲି ସୂଚନା ଦିଆଯାଇଛି। କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଗ୍ୱାଲିୟରରୁ ଏହାର ଆରମ୍ଭ କରିବାକୁ ଥିବା ବେଳେ ଭୁବନେଶ୍ୱର ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପତାକା ଦେଖାଇ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ରହିଛି।