ରାଜ୍ୟରେ ଏହି ସବୁ ଜିଲ୍ଲାକୁ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର,୩୧/୦୮: ଆଜି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ସେପ୍ଟେମ୍ବର ୪ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ବେଳେ ୩ ତାରିଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୩ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଦେବଗଡ଼, ବୌଦ୍ଧ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି କନ୍ଧମାଳ, ରାୟଗଡ଼ା, ସମ୍ବଲପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୨୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।