ରାଜ୍ୟରେ ଆଗାମୀ ୩ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪/୦୯: ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ରାଜ୍ୟର କିଛି ଜାଗାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।ଆଗାମୀ ୨୪ ଘଣ୍ଟାରେ କୋରାପୁଟ, କଳାହାଣ୍ଡି, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ଅନୁଗୋଳ , ସୋନପୁର, ବୌଦ୍ଧ, ବରଗଡ଼, ରାଗୟଡ଼ା, ବଲାଙ୍ଗିର, ନୂଆପଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ମଧ୍ୟ ସମ୍ଭାବନା ରହିଛି । ସେଥିପାଇଁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।