ରାଜ୍ୟରେ ଆଜି ୧୪ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୧୮।୧୦: ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୨୦୧୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୪ଜଣଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ହୋଇଥିବା ୧୪ଜଣଙ୍କ ମଧ୍ୟରୁ ଭୁବନେଶ୍ୱରୁ ୪,କଟକରୁ ୨,ଜଗତସିଂହପୁର ରୁ ୨, ଢେଙ୍କାନାଳ, ମୟୁରଭଞ୍ଜ, ପୁରୀ, କନ୍ଧମାଳ, ସମ୍ବଲପୁରରୁ, ବଲାଙ୍ଗୀର ରୁୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।