ଭୁବନେଶ୍ୱର,୫/୯: ବଙ୍ଗୋପସାଗରରେ ଗତକାଲିର ଘୂଣ୍ଣିବଳୟ ସକ୍ରିୟ ରହିଛି । ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ତେଣୁ ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏହି ୩ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିଭଳି ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ସୁବର୍ଣ୍ଣପୁର ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।