ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର୬/୯: ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୮ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ରହିଛି । ଆଜି ଓ ଆସନ୍ତାକାଲି ମୁଖ୍ୟତଃ ପ୍ରବଳ ବର୍ଷା ହେବା ନେଇ ଆଇଏମଡି ଆକଳନ କରିଛି । ଆଜି ୧୬ରୁ ଅଧିକ ଜିଲ୍ଲାରେ ବର୍ଷା ହେବା ନେଇ ସମ୍ଭାବନା ଥିବା ବେଳେ ଆସନ୍ତାକାଲି ୧୩ରୁ ଅଧିକ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି । ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୋନପୁର, ‌ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ‌ଏଥିସହ ରାଜ୍ୟରେ ୮ ତାରିଖ ଯାଏ ବର୍ଷା ଜାରି ରହିବ ।