ଉପରମୁଣ୍ଡରେ ଲଗାଣ ବର୍ଷା, ଜଳକା ନଦୀରେ ବନ୍ୟା ଆଶଙ୍କା

ଭୁବନେଶ୍ୱର,୯/୮: ଉପରମୁଣ୍ଡରେ ଲଗାଣ ବର୍ଷା ହେତୁ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ। ମଥାନୀଠାରେ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ସକାଳା ୬ ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬. ୪୨ ମିଟରରେ ପ୍ରବାହିତ ହେଉଛି। ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ଭୟଭୀତ ଅଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ । ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦା, ମୋରଡା, ଚିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବଢୁଛି ନଦୀର ଜଳସ୍ତର। ନଦୀର ଜଳସ୍ତର ଏବେ ୬. ୪୨ ମିଟର ଥିବା ବେଳେ ତାହା ୬.୮୦ ମିଟର ଛୁଇଁଲେ ବନ୍ୟା ପରିସ୍ଥିତି ସୃଷ୍ଟି ହେବ।