କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ବିରୋଧରେ ଲୁକ୍ ଆଉଟ୍ ସର୍କୁଲାର ଜାରି

ଭୁବନେଶ୍ୱର,୧୧/୦୯: କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି । ତାଙ୍କ ବିରୋଧରେ ଲୁକ୍ ଆଉଟ୍ ସର୍କୁଲାର ଜାରି କରିଛି କମିଶନରେଟ୍ ପୋଲିସ । କୋଲକାତାରେ ସୌରିନ୍ ଭଟ୍ଟଙ୍କୁ ନପାଇବା ପରେ ଏହି ନୋଟିସ ଜାରି କରାଯାଇଛି । ସୂଚନାଯୋଗ୍ୟ ଯେ ସୌରିନ୍ ଭଟ୍ଟଙ୍କୁ ଖୋଜିବାକୁ କୋଲକାତା ଯାଇଥିଲ ପୋଲିସ । ତିନିଟି ସ୍ଥାନରେ ଖୋଜିବା ପରେ ମଧ୍ୟ ସୌରିନ୍ ଭଟ୍ଟଙ୍କୁ ପାଇନଥିଲା ପୋଲିସ ।  କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ରହିଛି । ଏହି ମାମଲାରେ କଟକ ମହିଳା ଥାନାରେ ହାଜର ହୋଇଥିଲେ ସୌରିନ୍ ଭଟ୍ଟ । ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ୍ ପାଇଁ ମଧ୍ୟ ଆବେଦନ କରିଥିଲେ । ହେଲେ ହାଇକୋର୍ଟ ତାଙ୍କ ଆଗୁଆ ଜାମିନ୍ ଆବେଦନ ଖାରଜ କରିଛନ୍ତି ।