ମହାପ୍ରଭୁଙ୍କ ନୀତି କାନ୍ତିରେ ବିଳମ୍ବ

ଭୁବନେଶ୍ୱର,୧୫/୦୯: ସେବାୟତଙ୍କୁ ନେଇ ଶ୍ରୀମନ୍ଦିରରେ ଦେଖାଦେଇଛି ବିବାଦ । ଅନ୍ୟଜାତିରେ ବିବାହ କରିଥିବାରୁ ମହାପ୍ରଭୁଙ୍କ ସେବା ପୂଜାରୁ ସିଂହାରୀ ସେବାୟତ ସଂଘମିଶ୍ର ସିଂହାରୀଙ୍କୁ ନିଯୋଗ ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯାଇଥିଲା । ହେଲେ ଆଜି ସକାଳୁ ସକାଳୁ ନିଲମ୍ବିତ ସିଂହାରୀ ସେବାୟତ ଯାଇ ମହାପ୍ରଭୁଙ୍କ ସେବା ପୂଜା କରିଥିଲେ ।ଯାହାକୁ ବିରୋଧ କରିଥିଲେ ଅନ୍ୟ ସେବାୟତ । ଯାହାକୁ ନେଇ ଏବେ ମହାପ୍ରଭୁଙ୍କ ନୀତିରେ ଦେଖାଦେଇଛି ବିଳମ୍ବ । ସକାଳୁ ସକାଳୁ ମହାପ୍ରଭୁଙ୍କ ଦ୍ୱାର ଫିଟା, ଭିତର ଶୋଧ, ମଙ୍ଗଳ ଆଳତି, ରୋଷହୋମ, ମଇଲମ ନୀତି ହୋଇଛି । ଏହା ପରଠାରୁ ନୀତି କାନ୍ତିରେ ଦେଖାଦେଇଛି ବିଭ୍ରାଟ ।