ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରର ଲଘୁଚାପ ପ୍ରଭାବରେ ରାଜ୍ୟ ଉପରେ ଦୁର୍ବଳ ସ୍ଥିତିରେ ଥିବା ମୌସୁମୀ ପୁର୍ନବାର ସକ୍ରିୟ ହୋଇପଡ଼ିଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ୧୦ ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନାରେ କୁହାଯାଇଛି।

ଏହି ସମୟ ମଧ୍ୟରେ ରାଜ୍ୟର ଯାଜପୁର, ଖୋର୍ଦ୍ଧା, ଢ଼େଙ୍ଗାନାଳ, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ପ୍ରଭୃତି ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ନୟାଗଡ଼, ଅନୁଗୁଳ ଓ କଳାହାଣ୍ଡି ପ୍ରଭୃତି ୧୦ଟି ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।