୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୦/୦୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତକାଲି ଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିଛି। ଆାସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିମଧ୍ୟରୁ ୧୨ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଅନ୍ୟ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା କାରଣରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆାସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଏହି ସମୟ ମଧ୍ୟରେ ରାଜ୍ୟର କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଞ୍ଜାମ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଜପତି, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।