ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କଲେ ପ୍ରମିଳା

ଭୁବନେଶ୍ୱର,୨୧/୦୯: ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି ପ୍ରମିଳା ମଲ୍ଲିକ । ବିଧାନସଭାର ସଚିବଙ୍କ ପାଖରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରମିଳା ମଲ୍ଲିକ । ବିଜେଡିର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଏହି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରମିଳା । ନାମାଙ୍କନପତ୍ର ଦାଖଲ ପୂର୍ବରୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀପଦରୁ ଇସ୍ତଫା ଦେଇଥିଲେ ପ୍ରମିଳା । ପୂର୍ବରୁ ବାଚସ୍ପତି ପଦରେ ଥିବା ବିକ୍ରମ କେଶରୀ ଆରୁଖଙ୍କୁ ପୁଣିଥରେ ନବୀନ ନିଜ ମନ୍ତ୍ରୀମଣ୍ଡଳକୁ ଆଣିବା ପରେ ବାଚସ୍ପତି ପଦ ଫାଙ୍କା ପଡିଥିଲା । କିଏ ବିଜେଡିର ପରବର୍ତ୍ତୀ ବାଚସ୍ପତି ପ୍ରାର୍ଥୀ ହେବେ ତାହାକୁ ନେଇ ଚର୍ଚ୍ଚା ହେଉଥିଲା । ସଂଖ୍ୟାଦୃଷ୍ଟିରେ ପ୍ରମିଳା ବିଜୟ ସୁନିଶ୍ଚିତ । ପ୍ରମିଳା ବାଚସ୍ପତି ଭାବେ ଶପଥ ନେବା ପରେ ଓଡ଼ିଶା ପାଇବ ପ୍ରଥମ ମହିଳା ବାଚସ୍ପତି ।