ବିଧାନସଭା ଆରମ୍ଭରୁ ପ୍ରବଳ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର,୩୦/୦୯: ବିଧାନସଭା ଆରମ୍ଭରୁ ଆଜି ପୁଣିଥରେ ପ୍ରବଳ ହଟ୍ଟଗୋଳ ହୋଇଛି । ବିରୋଧୀ ଦଳ ନେତାଙ୍କୁ ଅସମ୍ମାନ ଏବଂ ଦୁଇ ବିଧାୟକଙ୍କ ନିଲମ୍ବନ ପ୍ରତ୍ୟାହାର କରିବାକୁ ଦାବି କରି ଗୃହ ମଧ୍ୟ ଭାଗରେ ବିଜେପି ସଦସ୍ୟ ହଟ୍ଟଗୋଳ କରିଥିଲେ । ପୋଡିୟମ ପାଖରେ ପ୍ଲାକାର୍ଡ ଧରି ବିଜେପି ବିଧାୟକ ହୋହଲ୍ଲା କରୁଥିବା ଦେଖିବାକୁ ମିଳିଥିଲା । ବାଚସ୍ପତି ପ୍ରମିଳା ମଲ୍ଲିକ ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ ବିଜେପି ବିଧାୟକମାନେ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ‌ପୋଡ଼ିୟମ ଉପରକୁ ଡାଲି ଫିଙ୍ଗି ପ୍ରତିବାଦ କରିଥିଲେ । ଏଥିପାଇଁ ବାଚସ୍ପତି ବିଜେପି ବିଧାୟକ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ ଓ ବିଧାୟକ ମୁକେଶ ମହାଲିଙ୍ଗଙ୍କୁ ଚଳିତ ବିଧାନସଭା ଅଧିବେଶନର ଶେଷ ପର୍ଯ୍ୟନ୍ତ ନିଲମ୍ବନ କରିଛନ୍ତି ।