ଗାନ୍ଧୀ ଜୟନ୍ତୀ, ରାଜଘାଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨/୧୦: ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଲାଲବାହାଦୁର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ । ଏହି ଅବସରରେ ରାଜଘାଟରେ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ କହିଛନ୍ତି ବାପୁଙ୍କ ସମୟାନୁବର୍ତିତା ଆଜିବି ସମସ୍ତଙ୍କୁ ଦେଉଛି ପ୍ରେରଣା । ତାଙ୍କର ଅମରବାଣୀ ପ୍ରତ୍ୟେକ ବ୍ୟକ୍ତିଙ୍କ ପଥ ଆଲୋକିତ କରି ଚାଲୁଥିବ। ମହାତ୍ମା ଗାନ୍ଧୀଙ୍କ ପ୍ରଭାବ ବୈଶ୍ବିକ ହୋଇଥିବାରୁ ତାହା ଏକତା ଓ ସହାନୁଭୂତି ଆଗେଇ ନେବା ପାଇଁ ସମଗ୍ର ମାନବଜାତିକୁ ପ୍ରେରିତ କରୁଥିବ। ସେହିପରି ପ୍ରଧାନମନ୍ତ୍ରୀ ବିଜୟଘାଟକୁ ଯାଇ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୁର ଶାସ୍ତ୍ରୀଙ୍କ ପ୍ରତି ମଧ୍ୟ ତାଙ୍କ ଜନ୍ମଦିନ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସେହିପରି, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ଲୋକସଭା ବାଚସ୍ପତି ଓମ୍‌ ବିର୍ଲା, ଦିଲ୍ଲୀ ଉପରାଜ୍ୟପାଳ ଭି. କେ. ସାକ୍‌ସେନା ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ରାଜଘାଟରେ ଉପସ୍ଥିତ ହୋଇ ବାପୁଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।