ରାଜ୍ୟର ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା !

ଭୁବନେଶ୍ୱର,୨/୧୦: ଲଘୁଚାପ ପ୍ରଭାବରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡ଼ିକ ହେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେଗବଡ଼, କେନ୍ଦୁଝର ଓ ସମ୍ବଲପୁର। ଏଣୁ ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ରାଜ୍ୟର ବରଗଡ଼, ସୋନପୁର, ବଲାଙ୍ଗୀର, ଅନୁଗୁଳ, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ବର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାଜନିତ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅବଶିଷ୍ଟ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଅନ୍ୟପଟେ ଦେଶରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଜାରି ରହିଛି।