ରାଜ୍ୟରୁ ଫେରିଯିବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର,୬/୧୦: ଆଗାମୀ ୨ ରୁ ୩ ଦିନ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ହେବ। ଏନେଇ ପାଇଁ ପାଗ ସମ୍ପୂର୍ଣ୍ଣ ଭାବେ ଅନୁକୂଳ ରହିଛି। ଏଥିସହ ରାଜ୍ୟରୁ ମୌସୁମୀ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯିବ।ଏଥିସହ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବା ସହ ବଡ଼ ବର୍ଷାର କୌଣସି ପ୍ରକାରର ସମ୍ଭାବନା ନାହିଁ।

ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।