ପଶ୍ଚିମ ଆଫଗାନିସ୍ତାନରେ ଭୂମିକମ୍ପ, ୧୫ମୃତ

ନୂଆଦିଲ୍ଲୀ,୭/୧୦: ପଶ୍ଚିମ ଆଫଗାନିସ୍ତାନରେ ଆଜି ଏକ ୬.୩ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଯେଉଁଥିରେ ଅନେକ ଲୋକ ପ୍ରାଣ ହରାଇଥିବା ଆଶଙ୍କା କରାଯାଉଛି। ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ଏହି ଭୂମିକମ୍ପରେ ୧୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୭୮ ଜଣ ଆହତ ହୋଇଛନ୍ତି। ଭଗ୍ନାବଶେଷ ତଳେ ଆହୁରି ଅନେକ ଲୋକ ଫସି ରହିଥିବାରୁ ମୃତ୍ୟୁସଂଖ୍ୟା ବଢିପାରେ ବୋଲି ସୂଚନା ରହିଛି ।