ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧/୧୦: ଆଜିଠୁ ଆରମ୍ଭ ହୋଇଛି ମିଶନ ଶକ୍ତି ସ୍କୁଟର ଯୋଜନା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ମହିଳାଙ୍କୁ ସଶକ୍ତିକରଣ କରିବା ପାଇଁ ସରକାରଙ୍କ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଉଥିବା ବେଳେ ଏହି ଯୋଜନା ଦ୍ୱାରା ମହିଳାମାନେ ଉପକୃତ ହୋଇପାରିବେ । ଏହି ଯୋଜନାରେ ଏସଏଚଜି ମହିଳାଙ୍କୁ ସ୍କୁଟର କିଣିବା ସହଜ ହେବ ।