ବିଜୟା ଦଶମୀରେ ଶ୍ରୀଜୀଉଙ୍କ ସୁନାବେଶ, ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ଭୁବନେଶ୍ୱର,୨୪/୧୦: ଆଜି ବିଜୟା ଦଶମୀ। ଏହି ଅବସରରେ ଶ୍ରୀମନ୍ଦିରରେ ଅବକାଶ ନୀତି ପରେ ଶ୍ରୀଜିଉଙ୍କର ସୁନାବେଶ ଅନୁଷ୍ଠିତ ହେବାର ବିଧି ରହିଛି । ଶ୍ରୀମନ୍ଦିରରେ ସୁବର୍ଣ୍ଣ ଅଳଙ୍କାରରେ ଆଭୂଷିତ ହୋଇ ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ମହାପ୍ରଭୁଙ୍କ ୫ଟି ସୁନାବେଶରୁ ଶ୍ରୀମନ୍ଦିରରେ ୪ଟି ଓ ରଥ ଉପରେ ଗୋଟିଏ ସୁନାବେଶ ହୋଇଥାଏ ।ମହାପ୍ରଭୁଙ୍କ ଏହି ସୁନାବେଶ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି । ମହାପ୍ରଭୁଙ୍କ ବେଶ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି ।