କୋଟପାଡ଼ରେ ଦୁର୍ଘଟଣାରେ ୯ ଜଣଙ୍କ ମୃତ୍ୟୁ ଘଟଣା, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧/୨: କୋରାପୁଟ କୋଟପାଡ଼ରେ ଦୁର୍ଘଟଣାରେ ୯ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହାସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୋଦି ।

ସେହିପରି ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।