ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ

ନୂଆଦିଲ୍ଲୀ,୨୭/୧୦: ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ କ୍ୟାନ୍ସରରେ ପୀଡିତ ଥିଲେ  । ବହୁ ଓଡିଆ ଫିଲ୍ମରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । ତାଙ୍କ ପରଲୋକରେ ସାରା ଓଲିଇଡ ଜଗତରେ ଶୋକର ଛାୟା ଖେଳିଯାଇଛି । ସେ ଅନେକ ଓଡିଆ ଫିଲ୍ମରେ ମଧ୍ୟ ଅଭିନୟ କରିଥିଲେ ।

ତାଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଟ୍ୱିଟ କରି ଲେଖିଛନ୍ତି ଯେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସ୍ୱରୂପ ନାୟକଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ତାଙ୍କ ନିଆରା ସଙ୍ଗୀତ ରଚନା ସର୍ବଦା ଶ୍ରୋତାଙ୍କ ହୃଦୟରେ ସ୍ଵତନ୍ତ୍ର ହୋଇ ରହିବ। ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ସମୃଦ୍ଧ କରିବାରେ ବହୁମୂଲ୍ୟ ଯୋଗଦାନ ପାଇଁ ସେ ଚିରସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।