ରେଳ ଦୁର୍ଘଟଣାରେ ମୃତ ସମସ୍ତ ଯାତ୍ରୀଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୩୦/୧୦:ଗତକାଲି ଘଟିଥିବା ରେଳ ଦୁର୍ଘଟଣାରେ ମୃତ ସମସ୍ତ ଯାତ୍ରୀଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେହିପରି ଆହତଙ୍କୁ ୫୦ ହଜାର ଟଙ୍କାର ଅନୁକମ୍ପା ମୂଳକ ରାଶି ଦିଆଯିବ । ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡରୁ ମୃତାହତଙ୍କୁ ସହାୟତା ରାଶି ଦିଆଯିବାକୁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।ଟ୍ରେନ୍ ଦୁର୍ଘଟଣାରେ ମୃତାହତ ଯାତ୍ରୀଙ୍କ ପରିବାରକୁ ସମବେଦନା ଜଣାଇ ଗଭୀର ଦୁଃଖପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଅନ୍ୟପକ୍ଷରେ ଟ୍ରେନ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କୁ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଉଦ୍ଧାର ଓ ରିଲିଫ କାର୍ଯ୍ୟରେ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସ୍ୱତନ୍ତ୍ର ରିଲିଫ କମିସନର, ରାୟଗଡା ଓ କୋରାପୁଟ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।