ପୁଣି ଟ୍ରେନ ଦୁର୍ଘଟଣା: ୪୫ଟ୍ରେନ ବାତିଲ, ବଦଳିଲା ୨୬ଟ୍ରେନ ଗତିପଥ

ନୂଆଦିଲ୍ଲୀ,୩୦/୧୦: ଆନ୍ଧ୍ରପ୍ରଦେଶର ବିଜୟନଗରମରେ ହୋଇଥିବା ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି । ଦୁର୍ଘଟଣାରେ ଆହତ ହୋଇଥିବା ୫୦ ଜଣଙ୍କ ହସ୍ପିଟାଲରେ ଚିକିତ୍ସା ଚାଲିଛି । ୧୪ ମୃତକଙ୍କ ମଧ୍ୟରେ ରହିଛନ୍ତି ୨ ଜଣ ରେଳ କର୍ମଚାରୀ । ସିଗ୍ନାଲ ଓଭର ସୁଟିଂ ଯୋଗୁ ଦୁର୍ଘଟଣା ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଦୁର୍ଘଟଣା ପରେ ଯୁଦ୍ଧକାଳୀନ ଭିତିରେ ଉଦ୍ଧାର ଓ ମରାମତି କାମ ଚାଲିଛି । ଅପରାହ୍ନ ୪ଟା ସୁଦ୍ଧା ମରାମତି କାମ ଶେଷ ହେବ ବୋଲି ସିପିଆରଓ ସୂଚନା ଦେଇଛନ୍ତି । ଓଡ଼ିଶା-ଆନ୍ଧ୍ର ସୀମାନ୍ତବର୍ତୀ ବିଜୟନଗରମ୍ ଜିଲ୍ଲା କାଂଟକାପାଲ୍ଲୀ ଓ ଆଲମଣ୍ଡା ଷ୍ଟେସନ ମଧ୍ୟରେ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଛି ।

ସେପଟେ ଟ୍ରାକ ଉପରେ ବଗି ପଡି ରହିଥିବାରୁ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଦୁର୍ଘଟଣା ପରେ ଏହି ରୁଟରେ ଆସିବାକୁ ଥିବା ୪୫ଟି ଟ୍ରେନକୁ ବାତିଲ କରାଯାଇଛି । ସେହିଭଳି ୧୧ଟି ଟ୍ରେନକୁ ଆଂଶିକ ବାତିଲ କରାଯାଇଛି । ୨୬ଟି ଟ୍ରେନର ଗତିପଥ ପରିବର୍ତ୍ତନ କରାଯାଇଥିବା ବେଳେ ୬ଟି ଟ୍ରେନର ସମୟ ପରିବର୍ତ୍ତନ କରାଯାଇଛି ।