ରାଜ୍ୟପାଳ ଭାବରେ ଶପଥ ଗ୍ରହଣ କଲେ ରଘୁବର ଦାସ

ଭୁବନେଶ୍ୱର,୩୧/୧୦: ଆଜି ରାଜ୍ୟର ୨୬ତମ ରାଜ୍ୟପାଳ ଭାବରେ ଶପଥ ଗ୍ରହଣ କଲେ ରଘୁବର ଦାସ । ହାଇକୋର୍ଟ ମୁଖ୍ୟବିଚାରପତି ବିଦ୍ୟୁତରଞ୍ଜନ ଷଡଙ୍ଗୀ ଉପସ୍ଥିତ ରହି ତାଙ୍କୁ ଶପଥପାଠ କରାଇଛନ୍ତି । ଶପଥପାଠ ଉତ୍ସବରେ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତିଙ୍କ ସହ ମନ୍ତ୍ରୀଗଣ ଉପସ୍ଥିତ ଥିଲେ । ପ୍ରଥମେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଆଜି ଭୋରୁ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିଲେ ରଘୁବର ଦାସ । ପରେ ରାଜଭବନରେ ପହଞ୍ଚିବା ପରେ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ ଜଣାଇ ପାଛୋଟି ନେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଓଡିଶାବାସୀଙ୍କ ପ୍ରତି ନିଜ ସେବା ଓ ନିଷ୍ଠାକୁ ପ୍ରମାଣିତ କରିବାକୁ କହିଛନ୍ତି ରଘୁବର ଦାସ ।