ସଞ୍ଜୟ ଦାସବର୍ମା ଓ ପ୍ରତାପ ଜେନାଙ୍କୁ ଗୁରୁ ଦାୟିତ୍ୱ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ?

ଭୁବନେଶ୍ୱର,୨/୧୧: ବିଧାୟକ ପ୍ରତାପ ଜେନା ଓ ସଞ୍ଜୟ ଦାସବର୍ମାଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ଉଭୟ ନେତାଙ୍କୁ ପର୍ଯ୍ୟବେପକ୍ଷ ଭାବେ ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ । ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡା ଓ ସଞ୍ଜୟ ଦାସବର୍ମାଙ୍କୁ ଭଦ୍ରକ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ମିଳିଛି । ପୂର୍ବରୁ ପ୍ରମିଳା ମଲ୍ଲିକ କେନ୍ଦ୍ରାପଡା ଜିଲ୍ଲାର ପର୍ଯ୍ୟବେକ୍ଷକ ଥିଲେ । ତେବେ ବାଚସ୍ପତି ଭାବେ ପ୍ରମିଳା ଶପଥ ନେବା ପରେ ପ୍ରତାପଙ୍କୁ ଏହି ଗୁରୁଦାୟିତ୍ୱ ଦେଇଛି ଦଳ । ଅନ୍ୟପଟେ ଦୀର୍ଘଦିନ ପରେ ସାଙ୍ଗଠନିକ ଦାୟିତ୍ୱ ପାଇଛନ୍ତି ସଞ୍ଜୟ ଦାସବର୍ମା । ପୂର୍ବରୁ ସଞ୍ଜୟ ଦଳୀୟ ମୁଖ୍ୟାଳୟର ସାଧାରଣ ସମ୍ପାଦକ ଦାୟିତ୍ୱ ପାଇଥିଲେ ।