ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୧୧/୦୭: ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ ଘଟିଛି । ୬୭ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ବ୍ରେନ ଷ୍ଟୋକରେ ଆକ୍ରାନ୍ତ ହେବା ପରେ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଥିଲା । ଡାକ୍ତରଙ୍କ ଉଦ୍ୟମ ସତ୍ୱେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥାରେ ସୁଧାର ଆସିନଥିଲା । ୧୯୫୬ ଫେବ୍ରୁଆରୀ ୨୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ମହେଶ୍ୱର ମହାନ୍ତି । ୧୯୯୫ ମସିହାରେ ଜନତା ଦଳ ଟିକେଟରେ ପୁରୀ ବିଧାନସଭାରୁ ନିର୍ବାଚିତ ହୋଇ ପ୍ରଥମେ ବିଧାୟକ ହୋଇଥିଲେ ମହେଶ୍ୱର । ଏହାପରେ ବିଜେଡି ଟିକେଟରେ ୨୦୦୦, ୨୦୦୪, ୨୦୦୯, ୨୦୧୪ରେ ପୁରୀ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । କ୍ରମାଗତ ଭାବେ ୫ ଥର ପୁରୀ ନିର୍ବାଚନମଣ୍ଡଳୀର ସେ ପ୍ରତିନିଧିତ୍ୱ କରିଥିଲେ । ୨୦୦୪ରୁ ୨୦୦୮ ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନସଭାର ବାଚସ୍ପତି ହୋଇଥିଲେ । ଏହାସହ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀପଦ ସମ୍ଭାଳିଥିଲେ ମହେଶ୍ୱର ମହାନ୍ତି ।