ମହେଶ୍ୱର ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୭/୧୧: ଆଜି ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ ଘଟିଛି । ଓଡିଶା ପାଇଁ ବଡ କ୍ଷତି କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକପ୍ରିୟ ନେତା ଭାବେ ସେ ସୁନାମ ଅର୍ଜନ କରିଥିଲେ । ଜଣେ ଦକ୍ଷ ସଂଗଠକ ଭାବେ ତାଙ୍କର ସୁନାମ ଥିଲା । ରାଜ୍ୟ ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମୀକା ନିଭାଇଥିଲେ । ପୁରୀ ଅଞ୍ଚଳର ବିକାଶ ତାଙ୍କର ଭୂମିକାକୁ ଅମର ରଖିବ । ପରଲୋକଗତ ଆତ୍ମାର ସଦଗତି କାମନା କଲେ ମୁଖ୍ୟମନ୍ତ୍ରୀ । ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ।