ଆସନ୍ତା ୧୫ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର,୧୩/୧୧: ଆଜି ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ । ପରବର୍ତୀ ୪୮ ଘଂଟା ମଧ୍ୟରେ ଅବପାତର ରୂପ ନେବ। ପରେ ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଗତି କରି ଆହୁରି ଘନୀଭୁତ ହେବା ନେଇ ପାଗ ଅନୁକୁଳ ରହିଛି । ତେବେ ଏହାର ପ୍ରଭାବରେ ୧୫ରୁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ସେହିଭଳି ଦକ୍ଷିଣ ଉପକୂଳ ଓଡ଼ିଶାରେ ପାଗ ମେଘୁଆ ରହିବା ସହିତ କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବ । ବିଶେଷ କରି ମାଲକାନଗିରି, କେରାପୁଟ, ରାୟଗଡା, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡାରେ ବର୍ଷା ହେବ । ୧୭ ଓ ୧୮ରେ ସାରା ଓଡ଼ିଶାରେ ମେଘୁଆ ପାଗ ରହିବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।