ବୋରୱେଲରେ ଖସି ପଡ଼ିଲେ ବୃଦ୍ଧା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର,୧୪/୧୧: ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ କଇଁଫୁଲ ଗାଁ ନିକଟରେ ଘଟିଛି ଅଭାବନୀୟ ଘଟଣା। ବୋରୱେଲରେ ଖସି ପଡ଼ିଛନ୍ତି ୮୦ ବର୍ଷୀୟ ବୃଦ୍ଧା। ଗତକାଲି ରାତିରୁ ବୃଦ୍ଧ ମହିଳା ୨୦ ଫୁଟ ତଳେ ଥିବା ସୂଚନା ମିଳିଛି। ସୋନପୁର ଓ ତରଭା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ବୃଦ୍ଧାଙ୍କ ପାଖରେ ଅକ୍ସଜେନ୍ ପଠାଯାଇଛି। ଅନ୍ୟପଟେ ଆଉ ଏକ ଗାତ ଖୋଳା ଚାଲିଛି।ଏହାସହ ଏନଡିଆରଏଫ୍ ଟିମ୍ ବି ଘଟଣାସ୍ଥଳକୁ ଯାଇଛନ୍ତି। ବୃଦ୍ଧାଙ୍କୁ ଉଦ୍ଧାର ଲାଗି ଆଉ ଘଣ୍ଟାଏ ସମୟ ଲାଗି ବୋଲି କୁହାଯାଉଛି। ମିଳିଥିବା ସୂଚନା ମୁତାବକ, ଗତକାଲି ବୃଦ୍ଧା ଦୁଖୀ ନେଗୀ କୌଣସି କାର୍ଯ୍ୟରେ ଆସିଥିବା ବେଳେ ବୋରୱେଲ ଭିତରେ ଖସିପଡ଼ିଥିଲ । ପରିବାର ଲୋକ ବହୁତ ଖୋଜାଖୋଜି କରିବା ପରେ ମଧ୍ୟ କୌଣସି ସୂଚନା ମିଳିନଥିଲା। ତେବେ ଆଜି ବୃଦ୍ଧା ବୋରୱେଲ ଭିତରକୁ ଖସିପଡ଼ିଥିବା ନେଇ ଜାଣିବାକୁ ପାଇଥିଲେ ପରିବାର ଲୋକ।